ଯାଞ୍ଚ ହେବ ମହାପ୍ରସାଦ, ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର

ପୁରୀ,୨୬।୯: ତିରୁପତି ବାଲାଜୀ ମନ୍ଦିର ଲଡୁ ଅପମିଶ୍ରିତ ଘିଅରେ ତିଆରି ହେଉଥିବା ବିବାଦ ସାମ୍ନାକୁ ଆସିବା ପରେ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ପୁରୀ ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟର ନିଯୁକ୍ତ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ସେ କହିଛନ୍ତି, ମହାପ୍ରଭୁଙ୍କୁ ଲାଗି ହେଉଥିବା ମହାପ୍ରସାଦ ସହ ବିଭିନ୍ନ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ୍ ଇନ୍ସପେକ୍ଟର। ଖୁବ୍‌ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟରଙ୍କୁ ନିଯୁକ୍ତ କରାଯିବ। ଏଥିସହ ମନ୍ଦିରରେ ବ୍ୟବହୃତ ସମସ୍ତ ଭୋଗ ସାମଗ୍ରୀ ଓ ଘିଅର ଶୁଦ୍ଧତା ବି ଯାଞ୍ଚ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଖୁବଶୀଘ୍ର ମାର୍ଗଦର୍ଶିକା ଜାରି ହେବ।ଏହାପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତମାନଙ୍କ ସହ ଆଲୋଚନା କରାଯାଇଛି। ଏନେଇ ଗାଇଡଲାଇନ ମଧ୍ୟ ଜାରି କରାଯାଇଛି। ଏନେଇ ପୁରୀ ଜିଲ୍ଲାପାଳ କହିଥିଲେ, ଘିଅ କୋଠ ଭୋଗରେ ଲାଗି ହୋଇଥାଏ। ଘିଅର ଶୁଦ୍ଧତା ନେଇ ଯଦି ପ୍ରଶ୍ନ ଉଠୁଛି, ତେବେ ଏହାର ମାନ ଯାଞ୍ଚ କରାଯିବ। ଯାଞ୍ଚ କରାଯାଇଥିବା ଘିଅକୁ ଶ୍ରୀମନ୍ଦିରରେ ବ୍ୟବହାର କରାଯିବ। ତେବେ ଏପର୍ଯ୍ୟନ୍ତ କୌଣସି ଅଭିଯୋଗ ଆସିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!