ଭୁବନେଶ୍ୱର,୨୬ା୯:ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |