ରାଜ୍ୟରେ ଘଡଘଡି ବର୍ଷା ସମ୍ଭାବନ ; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୭।୯:ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଓଡିଶା ଉପରେ ଟ୍ରପଲାଇନ୍ ରହିଛି । ଏହାରି ପ୍ରଭାବରେ ମୂଶଳ ଧାରରେ ଜାରି ରହିଛି ବର୍ଷା । ପ୍ରବଳ ବର୍ଷା ନେଇ ଆଜି ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଢେଙ୍କାନାଳ, ଯାଜପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ଟ୍ବିନ୍ ସିଟି କଟକ ଭୁବନେଶ୍ବରରେ ମଧ୍ୟ ସକାଳୁ ସକାଳୁ ବର୍ଷା ଲାଗି ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!