ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍

ଭୁବନେଶ୍ୱର,୨୭।୯:  OPSC ଚେୟାରମ୍ୟାନ୍ ହେଲେ ବରିଷ୍ଠ IPS ଅରୁଣ ଷଡ଼ଙ୍ଗୀ ।  ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି IPS ଅରୁଣ ଷଡ଼ଙ୍ଗୀ । ଆଗକୁ OPSC ଚେୟାରମ୍ୟାନ୍ ଦାୟୀତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ ।ଅରୁଣ ଷଡଙ୍ଗୀଙ୍କୁ ୬ ବର୍ଷ ପାଇଁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଅରୁଣ ଷଡଙ୍ଗୀ ଏବେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି । ପୂର୍ବରୁ ସେ ଇନଚାର୍ଜ ପୋଲିସ ଡିଜି ଭାବେ କାମ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!