କୁସୁମବନ୍ଦ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ

ନବରଙ୍ଗପୁର (ମିହିର ଶଙ୍କର ପାତ୍ର, ),୨୭ା୯:-ଡାବୁଗାଁ ବ୍ଳକ ସ୍ଥିତ ଚଚରାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି “-୨୦୨୪ କୁସୁମବନ୍ଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସଦ ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧକ୍ଷା ବୀଣା ମାଝୀ,ସଂମ୍ମାନିତ ଆତିଥି ଭାବେ ନାୟବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ,କାର୍ତ୍ତିକ ଭତ୍ରା, ବୋଡଓଲମା ସିଆରସି ଧନଞ୍ଜୟ ବଡ଼ଜେନା ପ୍ରମ୍ମୁକ ଏଵଂ ମୁଖ୍ୟବକ୍ତା ଭାବରେ ସନ୍ତୋଷ କୁମାର ସାହୁ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଦୟାନିଧି ବଞ୍ଜରା।ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେଉଛି “ଓଡିଶାର ଲୋକକଳା” |ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ବରିଷ୍ଠ, କନିଷ୍ଟ, ଉପ କନିଷ୍ଠ ଓ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ମାନପାତ୍ର ସହ ଟ୍ରଫି ପୁରସ୍କୃତ କରାଯାଇ ଥିଲା ଏହା ସହ ପଂଚାୟତ ର ସମସ୍ତ ବିଧ୍ୟାଳୟର ଶିକ୍ଷକ ଏଵଂ ଛାତ୍ରୀ ଛାତ୍ରୀ ମାନେ ଉପସ୍ଥିତି ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!