ପୁରୀ ,୨୭ା୯: ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ। ଶୁକ୍ରବାର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢାର ମାନ ଯାଞ୍ଚ ହେବ। ଫୁଡ୍ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି । କେବଳ ଅବଢା ନୁହେଁ, ଘିଅର ମଧ୍ୟ ମାନ ଯାଞ୍ଚ କରାଯିବ ।ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ହେବାକୁ ପଡିବ । ଶ୍ରୀଜଗନ୍ନାଥ ମନ୍ଦିରରେ ଏହା କରିବାକୁ ଦେବୁନୁ ବୋଲି ମନ୍ତ୍ରୀ କହିଛନ୍ତି ।ଆଇନ ମନ୍ତ୍ରୀ ବୁଧବାର ସୂଚନା ଦେଇଥିଲେ, ଶ୍ରୀମନ୍ଦିରରେ ଫୁଡ୍ ଅଫିସର୍ ନିଯୁକ୍ତି ହେବେ । ଅଫିସର୍ମାନେ ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ । ଏହାସହ ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଭୋଗ ସାମଗ୍ରୀ ଓ ଘିଅର ଶୁଦ୍ଧତା ମଧ୍ୟ ଯାଞ୍ଚ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବ୍ ଶୀଘ୍ର ମାର୍ଗଦର୍ଶିକା ଜାରି ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |