ସୋସିଆଲ୍ ମିଡିଆରେ ଏକ ପୋଷ୍ଟକୁ ନେଇ ଭଦ୍ରକର ୧୬୩ ଧାରା ଲାଗୁ

ଭଦ୍ରକ,,୨୮ା୯:ସୋସିଆଲ୍ ମିଡିଆରେ ଏକ ପୋଷ୍ଟକୁ ନେଇ ଭଦ୍ରକରେ ତୁମୁଳକାଣ୍ଡ ପରେ ଭଦ୍ରକ ସହରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଲାଗି ଧାରା ୧୬୩ । ସହରରେ କିଭଳି ଶାନ୍ତି ଫେରିବ ସେନେଇ ପୋଲିସ ଏବଂ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି । ସହରରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ସହ ଅନେକ ଅଫିସର ନିୟୋଜିତ କରାଯାଇଛି ।ଭଦ୍ରକ ଜିଲ୍ଲାରେ ବନ୍ଦ ହୋଇଛି ଇଣ୍ଟରନେଟ୍ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ସମସ୍ତ ସୋଶାଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି।ପୋଲିସ୍ ଫ୍ଲାଗମାର୍ଚ୍ଚ ସହ ଭେଇକିଲ ପେଟ୍ରୋଲିଂ ମାର୍ଚ୍ଚ କରିଛି । ଗାଡ଼ି ଗୁଡ଼ିକୁ ଯାଞ୍ଚ ସହ ନାକାବନ୍ଦି କରାଯାଉଛି । ଲୋକଙ୍କୁ ଏକାଠି ହେବା ଉପରେ କଟକଣା ରହିଛି । ସେହିଭଳି ଧାମନଗରରେ ମଧ୍ୟ ଉତ୍ତେଜନାମୂଳକ ସ୍ଥିତି ଥିବାରୁ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦ, ଦୋବଲ ଓ ଏହାର ଆଖପାଖ ଅଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୬୩ ଧାରା ଜାରି ହୋଇଥିବା ବେଳେ ୪ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।ପୁରୁଣା ବଜାର ଥାନାରେ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ସହ ପୋଲିସ ଡିଆଇଜି, ଭଦ୍ରକ ଏସପି, ଭଦ୍ରକ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ଅଞ୍ଚଳ ବୁଲି ଦେଖିବା ସହ ନିଜେ ଫ୍ଲାଗମାର୍ଚ୍ଚ କରିଛନ୍ତି । ଶାନ୍ତି କମିଟି ସହ ଆଲୋଚନା କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!