ଭୁବନେଶ୍ବର, ୨୮।୯: ଆଜିକୁ ୪ ଦିନ ହେଲା ନର୍ସିଂ ଅଫିସରଙ୍କ ଆନ୍ଦୋଳନ ଯୋଗୁ ଗୁରୁତର ଭାବେ ପ୍ରଭାବିତ ହୋଇଛି ସ୍ୱାସ୍ଥ୍ୟସେବା । ୧୦ ଦଫା ପୂରଣ ଦାବିରେ ଅଟଳ ନର୍ସିଂ ଅଫିସର୍ ଆଜିଠୁ ଅହୋରାତ୍ର ଧାରଣାକୁ ଓହ୍ଲାଇଛନ୍ତି । ରାଜ୍ୟବ୍ୟାପି ସରକାରୀ ମେଡ଼ିକାଲ୍ ଗୁଡ଼ିକ ଆଗରେ ଧାରଣା ଦେଇ ଦାବି ପୂରଣ ପାଇଁ ଅଡ଼ି ବସିଛନ୍ତି ନର୍ସିଂ ଅଫିସର ।ଫଳରେ ରୋଗୀ ସେବା ଉପରେ ଏହାର ଗୁରୁତର ପ୍ରଭାବ ପଡିଛି। ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି।ସମସ୍ତ ହସ୍ପିଟାଲରେ ଇଞ୍ଜେକ୍ସନ ଦେବାକୁ ଖୋଜିଲେ ବି ନର୍ସ ମିଳୁନାହାନ୍ତି। ରାଜ୍ଯରେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ । ଫଳରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି। ରୋଗୀସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।ଗତ ବୁଧବାର ଓ ଗୁରୁବାର ଆନ୍ଦୋଳନ କରିଥିଲେ ବି ଜରୁରୀକାଳୀନ ସେବା ଯୋଗାଉଥିଲେ ନର୍ସ । ହେଲେ ସରକାର ଦାବି ନଶୁଣିବାରୁ ଶୁକ୍ରବାରଠୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ନର୍ସ । ବିକ୍ଷୋଭରେ ପ୍ରାୟ ୧୫ ହଜାର ନର୍ସ ସାମିଲ ହୋଇଛନ୍ତି । ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସର ମାନଙ୍କର ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ସହ ସମସ୍ତ ଆର୍ଥିକ ସହାୟତା ଦାବି କରିଛି ସଂଘ । ଏହାସହ ବରିଷ୍ଠତା ଭିତ୍ତିରେ ପଦୋନ୍ନତି, ସିଏଚଓ ପଦବୀରୁ ଫେରାଇ ଆଣି କ୍ୟାଡ଼ର ପୋଷ୍ଟ, ମେରୁଦଣ୍ଡ ଆଘାତ ଚିକିତ୍ସା କେନ୍ଦ୍ର ନର୍ସିଂ ଅଫିସର ମାନଙ୍କୁ ସ୍ଥାୟୀ, ଠିକା ସଂସ୍ଥା ଦ୍ୱାରା ନର୍ସିଂ ଅଫିସର ନିୟୋଜିତ ହୋଇଥିବା ଆଦେଶ ପ୍ରତିହାର ପରି ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ନର୍ସିଂ କର୍ମଚାରୀ ସଂଘ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |