ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ

ମୁମ୍ବାଇ,୩୦।୯: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମାର ଦିଗ୍‌ଜ ଓ ଲୋକପ୍ରିୟ କଳାକାର ଅଟନ୍ତି। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ ଆଓ୍ବାର୍ଡ ସମାରୋହରେ ତାଙ୍କୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ଭାରତୀୟ ସିନେମାରେ ତାଙ୍କର ବିଶିଷ୍ଟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିବାକୁ ଯାଉଛି।ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ। ଭାରତୀୟ ସିନେମାରେ ତାଙ୍କର ଶ୍ରେଷ୍ଠ ଅବଦାନ ପାଇଁ ତାଙ୍କୁ ତାଙ୍କୁ ଫାଲକେ ସମ୍ମାନ ମିଳିବ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଆଗାମୀ ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ପ୍ରଦାନ କରାଯିବ।ଭାରତୀୟ ସିନେମାକୁ ମିଥୁନ ଚକ୍ରବର୍ତ୍ତୀଙ୍କ ବଳିଷ୍ଠ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ତାଙ୍କର ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଦମ୍‌ଦାର ଡାଇଲଗ୍‌ ସହ ମନଲୋଭା ଅଭିନୟ ପାଇଁ ମିଥୁନ ଚକ୍ରବର୍ତ୍ତୀ ସର୍ବଦା ଲୋକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ ମଧ୍ୟ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!