ନୂଆଦିଲ୍ଲୀ,୩୦।୯:ପ୍ରସିଦ୍ଧ ତିରୁପତି ମନ୍ଦିର ଲଡ଼ୁ ବିବାଦକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଏ ଉପରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି।ତଦନ୍ତ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ କାହିଁକି ପ୍ରେସମିଟ୍ କରି ତିରୁପତି ମନ୍ଦିର ଲଡ଼ୁ ସମ୍ପର୍କରେ ଏପରି ବିବୃତ୍ତି ରଖିଲେ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜଷ୍ଟିସ ବିଆର ଗଭାଇ ଏବଂ ଜଷ୍ଟିସ କେଭି ବିଶ୍ୱନାଥନ।ତିରୁପତି ଲଡୁ ବିବାଦ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖିବା ଉଚିତ୍ ବୋଲି ସୁପ୍ରମିକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କ ପରାମର୍ଶଦାତାଙ୍କୁ କହିଛନ୍ତି, ଲ୍ୟାବ ରିପୋର୍ଟରେ ଦର୍ଶାଯାଇଛି ଯେ ପରୀକ୍ଷା କରାଯାଇଥିବା ଘିଅକୁ ନଷ୍ଟ କରାଯାଇଛି। ଦେବତାଙ୍କୁ ରାଜନୀତିରୁ ଦୂରେଇ ରଖିବା ଉଚିତ ବୋଲି କୋର୍ଟ କହିଛନ୍ତି। ତିରୁପତି ଲଡୁ ବିବାଦ ଉପରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟଙ୍କୁ କହିଛନ୍ତି, ଏହା ବିଶ୍ୱାସର ବିଷୟ। ଯଦି ଦୂଷିତ ଘିଅକୁ ବ୍ୟବହାର କରାଯାଇଛି ତେବେ ଏହା ଗ୍ରହଣୀୟ ନୁହେଁ।ଏହି ସପ୍ତାହ ପୂର୍ବରୁ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏବଂ ପୂର୍ବତନ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ଅଧ୍ୟକ୍ଷ ତଥା ରାଜ୍ୟ ସଭା ଏମ୍ପି ୟେ.ଭି ସୁବା ରେଡ୍ଡୀଙ୍କ ଦ୍ୱାରା ପିଟିସନ ଦାଖଲ କରାଯାଇଥିଲା। ଜଷ୍ଟିସ ବି.ଆର ଗାଭାଇ ଏବଂ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କ ବେଞ୍ଚ ଏହି ଆବେଦନ ଉପରେ ଶୁଣାଣି କରୁଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |