ଟେଣ୍ଡର ମାଧ୍ୟମରେ ବିକ୍ରି ହେବ ଅର୍ପଣ ଚାଉଳ: ଜିଲ୍ଲାପାଳ

ପୁରୀ,୧ା୧୦ : ବିକ୍ରି ହେବ ଅର୍ପଣ ଚାଉଳ।  ୧୦ ହଜାର କ୍ଵିଣ୍ଟାଲ ଅର୍ପଣ ଚାଉଳ ବିକ୍ରି ହେବା ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ।  ଚାଉଳର ମାନ ସମୟକ୍ରମେ ଖରାପ ହେଉଥିବାରୁ ଏହା ବ୍ୟବହାର ଉପଯୋଗୀ ନୁହେଁ ଓ ଭକ୍ତଙ୍କ ପାଇଁ ମଧ୍ୟ ଉଦ୍ଧିଷ୍ଟ ନୁହେଁ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ। ସ୍ପଟ୍ ଭିଜିଟ୍ କରି ଟେଣ୍ଡର ମାଧ୍ୟମରେ  କୌଣସି ବ୍ୟକ୍ତି ବିଶେଷ କିମ୍ବା ମିଲର ଅର୍ପଣ ଚାଉଳକୁ କିଣିପାରିବେ। ଏଥିରୁ ଯେଉଁ ଟଙ୍କା ମିଳିବ, ତାକୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ। ଆହୁରି ମଧ୍ୟ ପୁରୀ ଜିଲ୍ଲାପାଳ କହିଛନ୍ତି ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା , ତାକୁ ବ୍ୟବହାର କରାଯାଇଛି। ବଳକା ଚାଉଳ ମହାପ୍ରସାଦ ପ୍ରସ୍ତୁତ ଲାଗି ଅନୁପଯୁକ୍ତ ବୋଲି ସୁଆର ମହାସୁଆର ନିଯୋଗ ସ୍ପଷ୍ଟ କରିଛି। ତେଣୁ ବଳକା ଚାଉଳକୁ କ’ଣ କରାଯିବ ବୋଲି ସେ ନେଇ ଆଲୋଚନା କରାଯାଇ ଏକ ପ୍ରସ୍ତାବ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠା ଯାଇଥିଲା। ସରକାର ଏହା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସବୁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଅର୍ପଣ ଚାଉଳ ବିକ୍ରି ନେଇ ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ଅର୍ପଣ ଚାଉଳକୁ ରନ୍ଧା ଯାଇ ମହାପ୍ରସାଦ ବଣ୍ଟନ କରାଗଲେ ଭକ୍ତମାନେ ଉପକୃତ ହୋଇପାରିବେ ବୋଲି ସୁଆର ମହାସୁଆର ନିଯୋଗ ସଭାପତି କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!