ନୂଆଦିଲ୍ଲୀ,୧।୧୦: ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ, ମଙ୍ଗଳବାରଠାରୁ ଅନେକ ଜିନିଷର ମୂଲ୍ୟ ମଧ୍ୟ ବଦଳିଗଲା। ପର୍ବ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଅର୍ଥାତ୍ ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସ୍ଥିର ରହିଛି। ବାଣିଜି୍ୟକ ଗ୍ୟାସ ସିଲିଣ୍ଡରର ନୂତନ ମୂଲ୍ୟ ମଙ୍ଗଳବାରଠାରୁ ଆରମ୍ଭ ।ବଢ଼ିଲା ଗ୍ୟାସ୍ ସିଲିଣ୍ଡର ଦର। ପ୍ରତି ମାସର ପହିଲାରେ ଗ୍ୟାସ୍ ସିଲିଣ୍ଡର ଦରରେ ପରିବର୍ତ୍ତନ ହୁଏ। ଅକ୍ଟୋବର ୧ ତାରିଖରେ ମଧ୍ୟ ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍ ଯୁକ୍ତ କମର୍ସିଆଲା ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି।ଇଣ୍ଡିଆନ୍ ଅଏଲ୍ର ଅଫିସିଆଲ୍ ୱେବସାଇଟ୍ ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |