ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର

ଭୁବନେଶ୍ୱର,୧ା୧୦: ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଧିକାରୀ । କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଶ ମଜୁମଦାରଙ୍କୁ ଧରିଲା ଭିଜିଲାନ୍ସ । ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଲାଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା  ଜବତ କରିଛି। ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ କରିଦେବା ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଦୌଡ଼ି ନୟାନ୍ତ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ।  ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!