କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା । ଚାର୍ଜସିଟ୍ରେ ପ୍ରତାପଙ୍କ ନାଁ ନଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା ।ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା । କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି ପ୍ରତାପ ଜେନା । ସତ୍ୟର ସବୁବେଳେ ଜୟହୁଏ ବୋଲି ଲେଖିଲେ ପ୍ରତାପ ଜେନା।୨ ଜାନୁଆରୀ ୨୦୨୧ରେ ଘଟିଥିଲା ଏହି ବହୁ ଚର୍ଚ୍ଚିତ ଡବଲ ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଅଭିଯୋଗ ଆସିଥିଲା । ଅଭିଯୋଗ ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୋଲିସ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |