ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ୟୁନିଫର୍ମ ରଙ୍ଗ

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ଏହି ରଙ୍ଗ ପରିବର୍ତ୍ତନ କରିବା ନେଇ ନିଷ୍ପତ୍ତି ନିଆଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରଛାତ୍ରୀ ନୂଆ ବାଦାମୀ ରଙ୍ଗର ୟୁନିଫର୍ମ ପରିଧାନ କରିପାରିବେ । ରାଜ୍ୟ ସରକାରଙ୍କ ତରଫରୁ ଏହି ସମସ୍ତ ସ୍କୁଲକୁ ୟୁନିଫର୍ମ ଯୋଗାଇ ଦିଆଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି ।ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ ।ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ। ତେବେ ଏହା କେବେଠୁ ଲାଗୁ ହେବ ନୂଆ ଶିକ୍ଷା ବର୍ଷ ଆରମ୍ଭରୁ କି ଏବେଠାରୁ ତାକୁ ନେଇ କୌଣସି ସୂଚନା ମିଳିପାରି ନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!