ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨।୧୦: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ଆସନ୍ତା ୪ ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଏହାର ପ୍ରଭାବରେ ବର୍ଷା ହୋଇପାରେ।୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ‘ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହୋଇପାରେ । ଏଥର ଶୀତ କେମିତି ରହିବ ତାହା ଆକଳନ ହୋଇନି’ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଛି ।ଅକ୍ଟୋବରରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି କୁହାଯାଉଛି । ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ଲଘୁଚାପ ଆଶଙ୍କା କରାଯାଉଛି । ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି । ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ । ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି । ତେବେ ରାଜ୍ୟରେ ପ୍ରବଳ ବର୍ଷା ପରେ ଦୁଇ ଦିନ ହେବ ପାଗ ଶୁଖିଲା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!