ନୂଆଦିଲ୍ଲୀ,୨।୧୦:ପୁଣେରେ ହେଲିକପ୍ଟର କ୍ରାସ । ଦୁର୍ଘଟଣାରେ ୨ ପାଇଲଟଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି । ଉଡାଣ ଭରିବା ସମୟରେ ଘଟିଥିଲା ଦୁର୍ଘଟଣା । ଅକ୍ସଫୋର୍ଡ ଗଲ୍ଫ କୋର୍ସ ନିକଟରେ ଘଟିଛି ଦୁର୍ଘଟଣା ।ମହାରାଷ୍ଟ୍ରର ପୁଣେ ଜିଲ୍ଲାର ବାଭଡାନ ନିକଟରେ ହେଲିକପ୍ଟର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଆଜି ସକାଳେ ହେଲିକପ୍ଟରଟି ଉଡ଼ାଣର କିଛି ସମୟ ପରେ ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ହେଲିକପ୍ଟରଟି ପୂରା ଖଣ୍ଡ ଖଣ୍ଡ ହୋଇଯାଇଛି। ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ପାଇଲଟ ଓ ଜଣେ ଇଞ୍ଜିନିୟର ରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |