ଶୈଳପୁତ୍ରୀ ବେଶରେ ମା’ ସମଲେଶ୍ବରୀ

ବରଗଡ଼,୩।୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇ ଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!