ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୦  :ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।ଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦେଶ ବିଦେଶର ଉଦ୍ୟୋଗୀଙ୍କ ସହ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦେବା ତାଙ୍କର ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କର ହେବ ପ୍ରଥମ ରୋଡ୍ ସୋ’।ମୁଖ୍ୟମନ୍ତ୍ରୀ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ଭେଟି ବିଦେଶୀ ନିବେଶକଙ୍କୁ ଆସନ୍ତା ଜାନୁଆରୀରେ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭ ସମ୍ମିଳନୀକୁ ନିମନ୍ତ୍ରଣ କରିବେ। ଏହି ନିବେଶକ ସମ୍ମିଳନୀରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ବିଭାଗୀୟ ଅଧିକାରୀମାନେ ଯୋଗ ଦେବେ ।ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଲୋଚନା । ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି । ରାଷ୍ଟ୍ରଦୂତଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା ଚାଲିଛି । ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି । ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଅଛନ୍ତି । ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ଆଲୋଚନା ଚାଲିଛି ।ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ହେବାକୁ ଥିବା ବେଳେ କନକ୍ଲେଭକୁ ଆସିବା ଲାଗି ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି । ଗତକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଆଜି ମଧ୍ୟାହ୍ନ ଭୋଜନ ପରେ ଦ୍ବିତୀୟ ସେଗମେଣ୍ଟରେ ନିବେଶକଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଏହାପରେ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ୍ ଶୋ’ କାର୍ଯ୍ୟକ୍ରମ ରହିଛି । ମୋହନ ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ପ୍ରଥମ ରୋଡ୍ ଶୋ’ ହେବାକୁ ଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!