ନୂଆଦିଲ୍ଲୀ,୩ା୧୦: ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ଶିଳ୍ପପତିମାନଙ୍କୁ ଆମନ୍ତ୍ରଣ । ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୱାନ ଟୁ ୱାନ ଆଲୋଚନା କରିଛନ୍ତି । ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ନିବେଶକଙ୍କ ବୈଠକ ଅନୁଷ୍ଠିତ ହୋଇଛି । `ଆଗାମୀ 5 ବର୍ଷରେ 5 ଲକ୍ଷ କୋଟିର ପୁଞ୍ଜିନିବେଶ ଲକ୍ଷ୍ୟ ରହିଛି । ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି। କିପରି ଅଧିକ ବିଦେଶୀ ପୁଞ୍ଜି ନିବେଶ ହେବ ସେନେଇ ଆଲୋଚନା ହୋଇଛି। ଆଲୋଚନା ଫଳପ୍ରଦ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି। ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲ୍ସ,ଆଇଟିରେ ବିନିଯୋଗ ସମ୍ଭାବନା ଅଧିକ ରହିଛି। ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଏହା ଦୃଢ଼ ମୂଳଦୁଆ ପକାଇବ। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଓଡ଼ିଶାରେ ଶିଳ୍ପ ହବ୍ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |