ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି

 ଡାବୁଗାଁ(ମିହିର ଶଙ୍କର ପାତ୍ର), ୩/୧୦ – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନଶୀଳ ଲିଖନ, ଶ୍ରୁତଲିଖନ ଓ ସୁନ୍ଦର ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ, ଓ ନୃତ୍ୟ ଭଳି ମୋଟ ୧୧ ଗୋଟି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ପ୍ରତିଯୋଗୀତା ହୋଇଥିଲା | ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ ବଡଓଲମା ସରକାରୀ ଆଶ୍ରମ ବିଦ୍ୟାଳୟ (ପୁରୁଣା) (୧ମ), ବଦଲିଗୁଡା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (୨ୟ) ଓ ବୋରିଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (୩ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ | ଏହି ନୃତ୍ୟରେ  ବିଚାରପତି ଭାବେ ମନୋଜ ମାଝି, ସଚ୍ଚିଦାନନ୍ଦ ରଥ, ପରେଶ କୁମାର ଓ ଇତିଶ୍ରୀ ବର୍ଷାରାଣୀ ରାଉତ ଯୋଗ ଦେଇଥିଲେ | ଏଥିରେ ପ୍ରଥମ ସ୍ଥାନ ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଜିଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ | ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ସୁଭେନ ମଣ୍ଡଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସମ୍ମାନୀତ ଅତିଥି ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ, ଭୈରବ ମହାବିଦ୍ୟାଳୟ ଅଧ୍ୟକ୍ଷ ଶଙ୍କର ପ୍ରସାଦ ଗନ୍ତାୟତ,ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସୁବ୍ରତ ରଞ୍ଜନ ମହାନ୍ତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି ଓ ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତ ପ୍ରସାଦ ନାଗ ମଞ୍ଚ ପରିଚାଳନା କରିଥିଲେ | ଏଥିରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା, ଧନଞ୍ଜୟ ବଡଜେନା, ହେମନ୍ତ କୁମାର ପଣ୍ଡା, ହେମେନ୍ଦ୍ରନାଥ ବେହେରା, ଗୀତାଞ୍ଜଳୀ ବସ୍ତିଆ ପ୍ରମୁଖ ପରିଚାଳନା କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ସହଯୋଗ କରିଥିଲେ |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!