ଭୁବନେଶ୍ୱର,୪।୧୦:ଆଶ୍ୱିନ୍ୟ ମାସ ଶୁକ୍ଳ ପକ୍ଷ ଏକାଦଶ ତିଥିରୁ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ। ହଜାର ହଜାର ହବିଷ୍ୟାଳୀ ଶ୍ରୀମନ୍ଦିରରେମହାପ୍ରଭୁଙ୍କର ରାଧାଦାମୋଦର ବେଶ ଦର୍ଶନ କରିବେ । ସକାଳୁ ସକାଳୁ ହବିଷ୍ୟାଳୀମାନେ ତୀର୍ଥ ପୁଷ୍କରିଣୀରେ ସ୍ନାନ କରି ବ୍ରତସଂକଳ୍ପ କରି ବୃନ୍ଦାବତୀଙ୍କ ନିକଟରେ ରାଇଦାମୋଦର ପୂଜା କରିବେ। ପଞ୍ଚବର୍ଣ୍ଣ ମୁରୁଜ ପକାଇ ତୁଳସୀ ଚଉରାରେ ଜଗନ୍ନାଥଙ୍କ ଫଟୋଚିତ୍ର ରଖି ହବିଷ୍ୟାଳୀମାନେ ପୂଜା କରିବେ। ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା।ତେବେ କାର୍ତ୍ତିକ ବ୍ରତ ପାଳନ କରିବା ପାଇଁ ଦୂର ଦୂରାନ୍ତରୁ ଶ୍ରୀମନ୍ଦିରରେ ହବିଷ୍ୟାଳୀଙ୍କ ଭିଡ଼ ଜମିବ । ଏଥିପାଇଁ ୪ଟି ସ୍ଥାନରେ ପ୍ରାୟ ୨୫୦୦ ହବିଷ୍ୟଳେୀଙ୍କ ପାଇଁ ରହଣୀ ବ୍ୟବସ୍ଥା କରାଯିବ ।କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।ସେ କହିଛନ୍ତି, ଅକ୍ଟୋବର ୬ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୧୧ ତାରିଖ ଯାଏ ଚାଲିବ। edistrict.odisha.gov.in ୱେବସାଇଟରେ ଆବେଦନ କରିପାରିବେ ହବିଷ୍ୟାଳୀ। ୨୫ ଶହ ହବିଷ୍ୟାଳୀଙ୍କ ରହଣି ପାଇଁ ୪ଟି ସ୍ଥାନରେ ବ୍ୟବସ୍ଥା କରାଯିବ। ସବୁ ବର୍ଷ ଭଳି ସବୁ ସୁବିଧା ହବିଷ୍ୟାଳୀଙ୍କୁ ଯୋଗାଇ ଦିଆଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |