ଭୁବନେଶ୍ବର,୪।୧୦: କେନ୍ଦ୍ର କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା । ମରାଠି, ବେଙ୍ଗଲି, ପାଲି, ପ୍ରାକୃତି, ଅହମିଆକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ ୬ଟି ଭାଷାକୁ ମିଳିଥିଲା ଶାସ୍ତ୍ରୀୟ ମାନ୍ୟତା, ୧୧କୁ ବଢ଼ିଲା । ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ଼, ମାଲାୟାଲାମ୍, ଓଡ଼ିଆକୁ ମିଳିଥିଲା|ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସଂପର୍କିତ ତଥ୍ୟ ବିଜ୍ଞାପନରେ ପ୍ରକାଶ ପାଇଛି । ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ତୃତୀୟ ଓ ଚତୁର୍ଥ ଶ୍ରେଣୀର ପଦବୀରେ ନିର୍ଦ୍ଧାରିତ ବୟସସୀମା ୩ ବର୍ଷ କୋହଳ ରହିବ । ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ପଡିବ ନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |