ଭୁବନେଶ୍ବର,୫।୧୦: ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଥିବାରୁ ସେହିଦିନ ଶୁଣାଣି ବନ୍ଦ ରହିବ। ଅକ୍ଟୋବର ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |