ଦଶହରା ପୂର୍ବରୁ ମହିଳାମାନଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା

ଭୁବନେଶ୍ୱର,୫।୧୦:  ଦଶହରା ପୂର୍ବରୁ ମହିଳାମାନଙ୍କ  ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଗତ ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କୁ ଆକାଉଣ୍ଟକୁ ଯିବ । ବାରିପଦାରୁ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅକ୍ଟୋବର ୯ ତାରିଖରେ ମହିଳାଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ଟଙ୍କା ପଠାଇବେ। ଏହା ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରାୟ ୪୦ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା ଯିବ। ଅକ୍ଟୋବର ୭ ଯାଏ ପଞ୍ଜିକରଣ କରିଥିଲେ ଅର୍ଥ ମିଳିବ।ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ଯେଉଁ ହିତାଧିକରୀ ପଞ୍ଜିକରଣ କରିଥିବେ। ସେମାନଙ୍କ ମଧ୍ୟରୁ ୪୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା। ବର୍ତ୍ତମାନ ପର୍ଯ୍ୟନ୍ତ ୯୭ ଲକ୍ଷରୁ ଅଧିକ ହିତାଧିକାରୀ ପଞ୍ଜିକରଣ କରି ସାରିଛନ୍ତି। କୋଟିଏରୁ ଅଧିକ ହିତାଧିକାରୀଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା।ସରକାର ସବୁ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦେବାକୁ ପ୍ରତିଶୃତିବଦ୍ଧ। କେହି ଜଣେ ହେଲେ ବି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ନାହିଁ । ମାର୍ଚ୍ଚ ୮ ଭିତରେ ସବୁ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଅର୍ଥ ମିଳିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ତେବେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ହିତାଧିକାରୀଙ୍କୁ ମିଳି ସାରିଛି ସୁଭଦ୍ରା ଟଙ୍କା। ୧ କୋଟିରୁ ଅଧିକ ମହିଳାଙ୍କୁ ଏଥିରେ ସାମିଲ କରିବା ପାଇଁ ଯୋଜନା କରିଛନ୍ତି ରାଜ୍ୟ ସରକାର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!