୧୬,୦୦୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୧୦: ରାଜ୍ୟରେ  ଏକାକାଳୀନ ୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି ରାଜ୍ୟ ସରକାର । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ହସ୍ତାନ୍ତର କରିବା ସହିତ ମାର୍ଗଦର୍ଶନ କରିଛନ୍ତି।ଭଲ ସମାଜ ଗଢ଼ିବାରେ ଶିକ୍ଷକମାନଙ୍କର ଭୂମିକା ରହିଛି। ଓଡ଼ିଶାର ବିକାଶରେ ଶିକ୍ଷକମାନଙ୍କର ଅବଦାନ ଅତୁଳନୀୟ। ଶିକ୍ଷକତା ଏକ ଗୁରୁତ୍ବପୂର୍ଣ୍ଣ ପଦବି। ସମାଜରେ ଶିକ୍ଷକମାନଙ୍କର ପ୍ରତି ସ୍ବତନ୍ତ୍ର ମର୍ଯ୍ୟାଦା ରହିଛି। ଶିକ୍ଷକମାନେ କେବଳ ପାଠ ପଢ଼ାଉନାହାନ୍ତି। ବରଂ ଛୋଟ ପିଲାମାନଙ୍କୁ ଭବିଷ୍ୟତରେ ସୁନାଗରିକ କରିବା ଶିକ୍ଷକମାନଙ୍କ ହାତରେ ରହିଛି।ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ଶାଳିନୀ ପଣ୍ଡିତ, ଓସେପା ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।ଚୟନ ହୋଇଥିବା ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ଜଣ ଥିବା ବେଳେ ବାଲେଶ୍ୱରରେ ୬୦୦, ବରଗଡ଼ରେ ୪୭୯, ଭଦ୍ରକରେ ୨୬୦, ବଲାଙ୍ଗୀରରେ ୧,୦୮୦, ବୌଦ୍ଧରେ ୬୫, କଟକରେ ୮୯୩, ଦେବଗଡ଼ରେ ୨୧, ଢେଙ୍କାନାଳରେ ୫୮୩, ଗଜପତିରେ ୧୩, ଗଞ୍ଜାମରେ ୧,୨୬୪, ଜଗତସିଂହପୁରରେ ୮୮, ଯାଜପୁରରେ ୮୭୨, ଝାରସୁଗୁଡ଼ାରେ ୩୮, କଳାହାଣ୍ଡିରେ ୮୧୧, କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ାରେ ୧,୦୩୮, କେନ୍ଦୁଝରରେ ୧,୩୨୯, ଖୋର୍ଦ୍ଧାରେ ୭୫୩, କୋରାପୁଟରେ ୯୨୨, ମାଲକାନଗିରି ଜିଲ୍ଲାରେ ୫୫୫ ଜଣ ରହିଛନ୍ତି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ୮୨୭, ନବରଙ୍ଗପୁରରେ ୮୬୦, ନୟାଗଡ଼ରେ ୮୩, ନୂଆପଡ଼ାରେ ୨୨୧, ପୁରୀରେ ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮, ସୁବର୍ଣ୍ଣପୁରରେ ୧୫୭ ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!