ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏଥିପାଇଁ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ବି ଭେଟିବା କାର୍ଯ୍ୟକ୍ରମ ରହିଛି।ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତାକାଲି ବୈଠକ ରହିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହା ବୈଠକ କରିବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ଏଥିରେ୫ କେନ୍ଦ୍ରମନ୍ତ୍ରୀ, ଡେପୁଟୀ ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓବାଦୀ ମୁକାବିଲା ନେଇ ଆଲୋଚନା କରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |