ପିଜିଟି ଲିଖିତ ପରୀକ୍ଷା ବାତିଲ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି।ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ ହୋଇଥାନ୍ତା। କିନ୍ତୁ ଓପିଏସସି ବିଜ୍ଞପ୍ତି ପ୍ରକାଶ କରି ଅପ୍ସନାଲ୍ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ବୋର୍ଡ ପକ୍ଷରୁ ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ କରାଯାଇଛି।ପୋଷ୍ଟ ଗ୍ରାଜୁଏଟ ଶିକ୍ଷକ ବା PGT ନିଯୁକ୍ତି ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ । ଆଜି ହେବାକୁ ଥିବା ପରୀକ୍ଷା ବାତିଲ୍ କରିଛି OPSC । ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ହେବାକୁ ଥିବା ପରୀକ୍ଷା ବାତିଲ୍ କରିଦିଆଯାଇଛି । ଅପ୍ସନାଲ୍ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ ପାଇଁ OPSC ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ କରିଛି OPSC । ଅନ୍ୟ ଅପ୍ସନାଲ ବିଷୟ ଧାର୍ଯ୍ୟ ସୂଚୀ ଅନୁସାରେ ପରୀକ୍ଷା ହେବ । ପରେ ବାତିଲ୍ ପରୀକ୍ଷା ତାରିଖ ନେଇ ବିଜ୍ଞପ୍ତି ବାହାରିବ ବୋଲି OPSC ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ OSSSC ଦ୍ୱାରା ପରିଚାଳିତ RI, ARI, ଅମିନ, ICDS ସୁପରଭାଇଜର୍, SFS ପରୀକ୍ଷା ବାତିଲ ସହ ଅନଲାଇନ ପରୀକ୍ଷା ଦାବି ଉଠିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!