ନୂଆଦିଲ୍ଲୀ, ୭।୧୦: ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ସେ ରବିବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆଜି (ସୋମବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ରହିଛି। ନକ୍ସଲ ମୁକାବିଲା ନେଇ ରଣନୀତି ପ୍ରସ୍ତୁତ ନିମନ୍ତେ ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ବୈଠକରେ ଯୋଗଦେବେ।ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ୩ ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଜ୍ୟ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |