ଭୁବନେଶ୍ୱର, ୭।୧୦:ଆଜିଠୁ ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି ପଶ୍ଚିମାଞ୍ଚଳ ଏବଂ ଦକ୍ଷିଣାଞ୍ଚଳର ୨୪ଟି ଘରୋଇ ବସ୍ ମାଲିକ ସଂଘର ସଦସ୍ୟ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି।ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ସା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବା ଲାଗି ଡାକରା ଦିଆଯାଇ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ଏ ସମ୍ପର୍କରେ ଆଲୋଚନା କରିବା ଲାଗି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ବସ୍ ମାଲିକ ସଂଘକୁ ଡକାଯାଇଛି। ୧୪ ଜିଲାର ୨୫ ଘରୋଇ ବସ୍ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ ବୋଲି ଘୋଷଣା କରିସାରିଛନ୍ତି। ହେଲେ ମନ୍ତ୍ରୀଙ୍କ ତରଫରୁ ବୈଠକ ପରେ କଳାହାଣ୍ଡି ଘରୋଇ ବସ୍ ମାଲିକ ସଂଘ ସଭାପତି ପ୍ରବୋଧ କୁମାର ରଥ କହିଛନ୍ତି, ସୋମବାର ସକାଳ ୯ଟା ସମୟରେ ବ୍ରହ୍ମପୁରଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସହିତ ବୈଠକ ରହିଛି। ବୈଠକ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେଣୁ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଯାଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏକପ୍ରକାର ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |