ଭୁବନେଶ୍ୱର,୭।୧୦: ସୁଭଦ୍ରା ଯୋଜନାରେ ଆଜି ଆସିବାର ଅଛି ଟଙ୍କାଏ । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ଆଜି ଆସିବ ୧ ଟଙ୍କା । ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ‘ସୁଭଦ୍ରା’ ଟଙ୍କା । ଆଜି ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ । ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି ।ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଜି ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ। ତେବେ ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ, ସେହି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆଜି ପରୀକ୍ଷାମୂଳକ ୧ ଟଙ୍କା ଆସିବ।ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଆଜି ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇପାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |