କାଲିଠୁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ ଲାଗୁ ହେବ କଟକଣା

ଭୁବନେଶ୍ୱର,୮।୧୦: ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ଏହି କଟକଣା ୯.୧୦.୨୦୨୪ଠାରୁ ଆରମ୍ଭ ହୋଇ ୧୩.୧୦.୨୦୨୪ ପର୍ଯ୍ୟନ୍ତ ଲାଗୁ ହେବ।.ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।କଟକରେ  ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି।ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!