ଓପିଏସସିର ନୂତନ ଅଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀ

କଟକ,,୮।୧୦ : ଓପିଏସସିର ନୂତନ ଅଧ୍ୟକ୍ଷ ଭାବେ ପୂର୍ବତନ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ଆଜି ଲୋକସେବା ଭବନରେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ୟ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉ ଥିଲେ।ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ୧୦ ମାସ ଚାକିରି ବାକିଥିବା ବେଳେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!