ଭୁବନେଶ୍ୱର,୯।୧୦: ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି।ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ୍ ଆସିଛି। ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଆସି ଥିବାରୁ ହିତାଧିକାରୀଙ୍କ ଘରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାର ଛଉ ପଡିଆରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନ କରିଛନ୍ତି। ଏଥିସହ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ଓ ଏକ କୋଟିଏତମ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଆଜି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ଦିଆଗଲା। ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ, ତାକୁ ଅକ୍ଷରେ ଅକ୍ଷରେ ପାଳନ କରେ। ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଡବଲ ଇଂଜିନ ସରକାରକୁ ଆପଣ ସଫଳ କରିଛନ୍ତି ।ଡବଲ ଇଂଜିନ ସରକାରରେ ଡବଲ ବିକାଶ ହେବ, ଡବଲ ଫାଇଦା ମିଳିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |