ଭୁବନେଶ୍ବର,୯।୧୦ : ପୁଣ୍ଯାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଆରମ୍ଭ ହୋଇଛି ବିଜେଡିର ସଦସ୍ଯ ସଂଗ୍ରହ ଅଭିଯାନ। ଶଙ୍ଖ ଭବନରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ନବୀନ ବିଜେଡିର ପ୍ରଥମ ସଦସ୍ୟ ହୋଇଛନ୍ତି। ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସେ ଏହି ସଦସ୍ୟତା ଗ୍ରହଣ କରିଛନ୍ତି। ନବୀନଙ୍କୁ ସଦସ୍ୟ କରାଇଛନ୍ତି ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ଉଭୟ ଅନଲାଇନ ଓ ମାନୁଆଲି ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ।ଏହି ଅବସରରେ ସେ କହିଛନ୍ତି, ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ, ତ୍ୟାଗ ଓ ସେବାର ପ୍ରତୀକ। ଆଜିଠାରୁ ବିଜେଡିର ସଦସ୍ୟତା ଅଭିଯାନ ଆରମ୍ଭ ହେଲା। ଏହା ଏକ ରାଜନୈତିକ ଦଳର ଗୁରୁତ୍ୱପୂର୍ଣ୍ଣ କାମ। ଯାହା ଦଳକୁ ମଜବୁତ କରେ। ସଦସ୍ୟ କରିବା ପାଇଁ ପ୍ରତି କର୍ମୀ ଘରକୁ ଯାଆନ୍ତୁ। ବିଦେଶରେ ଓ ଓଡ଼ିଶା ବାହାର ଲୋକଙ୍କୁ ବି ବିଜେଡିରେ ସାମିଲ ହେବାକୁ ସେ ନିମନ୍ତ୍ରଣ କରିଛନ୍ତି। କିଛି ଦଳ ମିସଡ କଲ କରି ସଦସ୍ୟ କରୁଛନ୍ତି। ବିଜୁ ଜନତା ଦଳ ମିସଡକଲଠୁ ବହୁ ଦୂରରେ ରହିଛି। ସ୍ବାଭିମାନ ଓ ସଂଗ୍ରାମ ହେଉଛି ବିଜେଡିର ଆଦର୍ଶ। ଓଡ଼ିଶାବାସୀଙ୍କ ସେବା, ଓଡ଼ିଆ ଜାତିର ସ୍ବାଭିମାନର ସୁରକ୍ଷା ଓ ଓଡ଼ିଶାର ସ୍ବାର୍ଥ ପାଇଁ ବିଜୁ ବାବୁ ଶେଷ ପର୍ଯ୍ଯନ୍ତ ଲଢେଇ କରିଥିଲେ। ବିଜେଡି ସରକାର ସମୟରେ ରାଜ୍ଯରେ ବହୁ ଭଲକାମ ହୋଇଛି। ବି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |