ପୁରୀ,୧୭ା୧୦: ତିରୁପତି ଲଡୁ ବିବାଦ ପରେ ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଗତ 15 ତାରିଖରେ ଓମଫେଡ୍କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିଲେ ।ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |