ରାଜ୍ୟରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା :୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮ା୧୦:ରାଜ୍ୟରୁ ବିଦାୟ ନେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ଦୁଇଦିନ ଭିତରେ ଓଡିଶାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ଆସନ୍ତା ୨୦ ତାରିଖରେ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ବର୍ଷା ହେବାର ରହୁଛି ସବୁଠୁ ଅଧିକ ସମ୍ଭାବନା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!