ନବରଙ୍ଗପୁର( ମିହିର ଶଙ୍କର ପାତ୍ର),୧୮।୧୦:-ଡାବୁଗାଁ ବ୍ଲକ ସଦରମହକୁମା ଠାରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରୁ ଲାଠି ,କୁର୍ଚି ଓ ଶିରା ,ମାନଙ୍କୁ ନିମନ୍ତ୍ରଣ କରାଯାଇଥାଏ | ଅପରାହ୍ନ ରେ ସମସ୍ତ ଲାଠି, କୁର୍ଚି ଡାବୁଗାଁ ମା ଠାକୁରାଣୀ ମନ୍ଦିରରେ ପହଞ୍ଚି ଥିଲେ | ସେଠାରୁ ଲାଠି ,କୁର୍ଚି, ଶିରା ଓ ଦିଶାରି ମାନେ ସୁସଜିତ ହୋଇ ପାରମ୍ପରିକ ଢୋଲ , ମର୍ଦଳ ତାଳେ ତାଳେ ନୃତ୍ୟରତ ଭାବେ ଗ୍ରାମ ପରିକ୍ରମା କରିଥିଲେ | ପରେ ମା ଡାବାଦେଇ ମନ୍ଦିରରେ ପହଞ୍ଚିଥିଲେ | ଗୁରୁବାର ସାପ୍ତାହିକ ହାଟ ଥିବାରୁ ଭକ୍ତଙ୍କ ଭିଡ ପରିଲଖିତ ହୋଇଥିଲା | ଏହି ଦଶହରା ଆଶ୍ଵିନ ମାସରେ ଦଶହରା ପର୍ବ ରେ ମା ଦୂର୍ଗାଙ୍କ ଦଶମୀ ପୂଜା ପରେ ଯେଉଁ ଗୁରୁବାର ପଡିଥାଏ ସେହିଦିନ ଆଦିବାସୀ ଦଶହରା ପାଳିତ ହୋଇଥାଏ | ଏଥିରେ ଗ୍ରାମର ପ୍ରାୟ ବହୁ ଲୋକଙ୍କ ସମାଗମ ହୋଇଥିଲା |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |