ଭୁବନେଶ୍ୱର,୨୦।୧୦:ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଏହା ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୧୦ ଦିନ ଧରି ଚାଲିବ। ଧନୁଯାତ୍ରା କମିଟିର ପ୍ରଥମ ବୈଠକରେ ଏହି ନିଷ୍ପତ୍ତି ହୋଇଛି।ବୈଠକରେ ୨୦୨୩-୨୪ ବର୍ଷ ଧନୁଯାତ୍ରାରେ ହୋଇଥିବା ଆୟବ୍ୟୟ ଅଟକଳ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଭିନ୍ନ କମିଟିର ସଦସ୍ୟମାନେ ଦେଇଥିବା ମତାମତକୁ ଆଗାମୀ ବୈଠକରେ ଆଲୋଚନା କରିବାକୁ ସ୍ଥିର ହୋଇଛି।ଆସନ୍ତାବର୍ଷ ଜାନୁୟାରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ଧନୁଯାତ୍ରା । ଏହି ମହୋତ୍ସବ ଦୀର୍ଘ ୧୧ ଦିନ ପର୍ଯ୍ୟନ୍ତ ପାଳନ କରାଯିବ । ଜାନୁୟାରୀ ୩ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ ଧନୁଯାତ୍ରା । ଏ ନେଇ ଅନୁଷ୍ଠିତ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳଙ୍କ ଉପସ୍ଥିତିରେ ବରଗଡ଼ ଧନୁଯାତ୍ରା ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ଜାନୁୟାରୀ ୩ ତାରିଖରେ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ୧୧ ଦିନ ପାଇଁ ବରଗଡ଼ ସହରରେ ଧନୁଯାତ୍ରାର କୁମ୍ଭ ଲାଗିବା ନେଇ ନିଷ୍ପତ୍ତି ହୋଇଛି । ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |