ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୦।୧୦: ବୁଧବାର ମୟୁରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ,ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଯିବେ ମହାମହିମ। ସବୁଠି ଉତ୍ସାହ |ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୁଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିବା ସହ ସୁରକ୍ଷାକୁ ସୁନିଶ୍ଚିତ କରାଯିବ। ଗତକାଲି ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲୁ ବୁକ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ୩ଟି ଜିଲ୍ଲାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ।ଏଥିସହ ୫୦୦ ବରିଷ୍ଠ ପୁଲିସ ଅଧିକାରୀ, ଓଡ୍ରାଫ ଟିମ୍‌, ସ୍ପେଶାଲ ଟ୍ରାକ୍ଟିକାଲ ୟୁନିଟ୍‌ ମଧ୍ୟ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ ୩ ଜଣ ଏଡିଜି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯିବ। ଅନୁରୂପ ଭାବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ବ୍ୟାପକ କରିଛି। ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସହ କାର୍ଯ୍ୟସୂଚୀର ପ୍ରତିସ୍ଥାନରେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯିବ। ଏହି ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କୋଷ୍ଟଗାର୍ଡ ଏଡିଜି ଅରୁଣ ବୋଥ୍ରା, ଏଡିଜି ଆଧୁନୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୁଲିସ କମିସନର ଦେବଦତ୍ତ ସିଂ, ଅତିରିକ୍ତ ପୁଲିସ କମିସନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!