ସ୍ପଷ୍ଟ ହେଲା ବାତ୍ୟା ; ୨୪ ଓ ୨୫ରେ ପ୍ରବଳ ଛେଚିବ

ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।  କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। ଆସନ୍ତା ୨୩ ତାରିଖରେ ଏହା ବାତ୍ୟାରେ ପରିଣତ ହେବ। ୨୪ ତାରିଖରେ ଏହା  ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।  ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛଛନ୍ତି।ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ କହିଛନ୍ତି।ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ( ଆଇଏମଡି) ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ରେ ଅବପାତ ରୂପ ନେବ। ୨୩ରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେବ।ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହି ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳ ଭାଗ ଛୁଇଁବ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!