ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ( ଆଇଏମଡି) ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।ଆଇଏମଡିର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଉପକୂଳ ଛୁଇଁବା ସମୟରେ ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଏହି ୩ ଜିଲ୍ଲାରେ ପବନ ଯୋଗୁ ଗଛ ଉପୁଡ଼ିବା ସହ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି।ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |