ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦ ଜିଲାରେ ଓଡ୍ରାଫ୍ ଟିମ୍ ମୁତୟନ ରହିବା ସହ ଏନ୍ଡିଆର୍ଏଫ୍ ମଧ୍ୟ ସତର୍କ ରହିବେ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବା ପାଇଁ ସତର୍କ ସୂଚନା ଦିଆଯାଇଛି। ଟ୍ରଲରମାଲିକ ଯଦି ଜୋର୍ କରି ପଠାନ୍ତି, ତେବେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ଆସନ୍ତା ୨୩ ତାରିଖରେ ଏହି ସାମୁଦ୍ରକ ଘୂର୍ଣ୍ଣିଝଡ଼ ଏକ ପୂର୍ଣ୍ଣାଙ୍ଗ ବାତ୍ୟାର ରୂପ ନେବ ଓ ଭୂ-ଭାଗ ଆଡ଼କୁ ମୁହାଁଇବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ସ୍ଥିତି ରହିଛି ଏହି ସାମ୍ଭବ୍ୟ ବାତ୍ୟାଟି ପାରାଦୀପରୁ ବାଲେଶ୍ବର ମଧ୍ୟରେ ୨୪ ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିପାରେ। ଅତି ଭୀଷଣ ବାତ୍ୟାର ରୂପ ନେବ ‘ଦାନା’ ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ଏହା ତାଣ୍ଡବ ରଚିବ ବୋଲି କୁହାଯାଉଛି। ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ ରୁ ୧୫୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |