ଭୁବନେଶ୍ୱର,୨୧ା୧୦:ସମ୍ଭାବ୍ୟ ବାତ୍ୟା ଦାନା ଏବେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଭାବେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ଅଛି। ଏହା ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ଓ ୨୩ ତାରିଖରେ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ।ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ବାତ୍ୟାକୁ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି କାଲି ସକାଳେ ଅବପାତ, ୨୩ରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି । ୨୪ ରାତିରୁ ୨୫ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ ବାତ୍ୟା । ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିପାରେ । ଏକ ‘ଭୀଷଣ ବାତ୍ୟା’ର ରୂପ ନେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।ପ୍ରଭାବରେ ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ । ତେବେ ୨୪ ଓ ୨୫ ତାରିଖରେ ବେଶୀ ବର୍ଷା ହେବ । ବାତ୍ୟା ହେଲେ ଜୁଆର ଆସିବା ସ୍ୱାଭାବିକ କଥା । ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ଜୁଆର ଆସିବା ସମ୍ଭାବନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |