ମାଡି ଆସୁଛି ବଡ ବାତ୍ୟା !ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାପାତ୍ର ।ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ତାହା ବାତ୍ୟାର ରୂପ ନେବ।ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ୱୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନ ୧୨୦ କିଲୋମିଟର ଛୁଇଁପାରେ ବୋଲି ସେ କହିଛନ୍ତି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!