ଭୁବନେଶ୍ୱର,୨୨ା୧୦:ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।କେନ୍ଦୁଝରରେ 2ଟି ସ୍ଥାନ ସମେତ 10 ସ୍ଥାନରେ ଚଢାଉ ଜାରି ରହିଛି । ଭୁବନେଶ୍ବର, ପୁରୀ, ଯାଜପୁର ଏବଂ କଟକରେ ମଧ୍ୟ ଚଢାଉ ଚାଲିଥିବା ଜଣାପଡିଛି । ସୂଚନା ଅନୁସାରେ, ପୈତୃକ ଘର ସମେତ ଅନେକ ସ୍ଥାନରେ ତାଙ୍କର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଥିବା ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ । ଚଢାଉ ଶେଷ ହେବା ପରେ ପ୍ରକୃତ ଚିତ୍ର ସାମ୍ନାକୁ ଆସିପାରିବ ।କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |