ଆସୁଛି ବାତ୍ୟା ,୧୪ ଜିଲ୍ଲାରେ ୨୩ରୁ ୨୫ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ ଓ କଲେଜ

ଭୁବନେଶ୍ୱର,୨୨।୧୦:ମାଡ଼ି ଆସୁଛି ବାତ୍ୟା । ଏଥି ପାଇଁ ବନ୍ଦ ହେଲା କଲେଜ । ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ । କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ଏନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ନୟାଗଡ଼, କଟକ ଓ ଖୋର୍ଦ୍ଧାରେ ଏହା ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।ଏନେଇ ସଂପୃକ୍ତ ଜିଲ୍ଲାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି। ସେହିପରି ଏହି ସବୁ ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି କରାଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!