ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।  ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ତେବେ ବାତ୍ୟା ନେଇ ଆଇଏମ୍‌ଡି ପକ୍ଷରୁ ବୁଲେଟିନ୍‌ ଜାରି ହୋଇନି। ଗୁରୁବାର ଏହା ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!