ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା

ନୂଆଦିଲ୍ଲୀ,୨୩।୧୦: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼ି ପଡ଼ିଛି। ଘଟଣାଟି ଘଟିଛି ବାବୁସାପାଲିଆଠାରେ ଥିବା ଅଂଜନାଦ୍ରି ଲେଆଉଟରେ। ୧୭ ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି ଏବଂ ଶ୍ରମିକମାନଙ୍କୁ ଖୋଜିବା ପାଇଁ ଜରୁରୀକାଳୀନ ସେବା ଘଟଣାସ୍ଥଳରେ ପହଞ୍ଚିଛି।ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣଙ୍କୁ ଭଗ୍ନାବଶେଷ ତଳୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ୧୭ ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା କୁହାଯାଉଥିଲା। ପରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ୮ ଜଣଙ୍କୁ ରାତିରେ ଉଦ୍ଧାର କରିଛି। ଏମାନଙ୍କ ମଧ୍ୟରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ୩ରୁ ୪ ଜଣ ଶ୍ରମିକ ଫଶି ରହିଥିବା ଆଶଙ୍କା କରାଯାଉଛି।କୋଠା ଭୁଶୁଡ଼ିପଡ଼ିବା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା, ଯେଉଁଥିରେ ଉଦ୍ଧାରକାରୀ କର୍ମଚାରୀ ଓ ସ୍ଥାନୀୟ ଅଧିକାରୀମାନେ ଶ୍ରମିକଙ୍କୁ ଖୋଜିବା ଓ ବଞ୍ଚାଇବା ପାଇଁ ଉଦ୍ୟମ କରୁଛନ୍ତି। ବେଙ୍ଗାଲୁରୁ ଡିସିପି(ପୂର୍ବ)ଙ୍କ ସୂଚନା ଅନୁଯାୟୀ, ସମୁଦାୟ ଭଗ୍ନାବଶେଷ ତଳେ ୧୭ ଜଣ ଭିତରେ ଫସି ରହିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୧୩ ଜଣ ଏବେ ବି ଭିତରେ ଫସି ରହିଛନ୍ତି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ଦମକଳ ବିଭାଗ ଓ ଜରୁରୀକାଳୀନ ସେବା ବିଭାଗର କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!