ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ

ଭୁବନେଶ୍ୱର,୨୩ା୧୦:  ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ବୈଠକରେ ମୋଟ୍‌ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୪-୨୫ ଖରିଫ ବିପଣନ ବର୍ଷ ପାଇଁ ନୂଆ ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ସମେତ ସୁଭଦ୍ରା ଗାଇଡ୍‌ଲାଇନରେ ସଂଶୋଧନ, ‘ସମୃଦ୍ଧ କୃଷକ ଯୋଜନା’ର କାର୍ଯ୍ୟାନ୍ବୟନ, ଓ ଏୟାର କନେକ୍ଟିଭିଟି ପଲିସି ଓ ଓ ଜିଏସ୍‌ଟି ଆଇନ୍‌-୨୦୧୭ରେ ସଂଶୋଧନ ପାଇଁ ଅଧ୍ୟାଦେଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛନ୍ତି।ରାଜ୍ୟ କ୍ୟାବିନେଟ୍‌ରେ  ପାରିତ ପ୍ରସ୍ତାବରେ ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ଆବେଦନ ଆସିଥିବାବେଳେ ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!